🔥 TRENDING ବାତ୍ୟା ଆଲର୍ଟ ମଧ୍ୟରେ ରେଳ ଚଳାଚଳ ଦେରୀ: ଭୁ... ଭୁବନେଶ୍ୱରରେ 9 ଲକ୍ଷ ଟଙ୍କା ସାଇବର ଠକେଇ ମା... ଓଡ଼ିଶା ଶାସନ ଭବନରେ ଅପରାହ୍ନ ୪ଟା ଯାଏଁ ହୋହ... ଓଡ଼ିଶା ଶାସନ ର ତ୍ରିତୀୟ ବାତ୍ୟା ମୁକାବିଲା... 19 नवंबर के लिए कई देशों में छुट्टी की... West Bengal CM Mamata Banerjee meets A...
20 Nov 2026•
ગુજરાતી मराठी ਪੰਜਾਬੀ বাংলা
Weather

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ , ୧୫ରେ ଅବପାତ ରୂପ ନେବ , ବଢିଲା ବାତ୍ୟା ଭୟ

✍️ Reporter: Deepak Mahapatra 🗓 13 Nov 2026, 02:26 PM 👁 80
Share: 💬 WhatsApp 📘 Facebook 𝕏 Post
ଭୁବନେଶ୍ୱର : ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଏବଂ ଆଗାମୀ ସମୟରେ ଏହା ଆହୁରି ସ୍ପଷ୍ଟ-ଚିହ୍ନିତ ଲଘୁଚାପ ହେବାର ସମ୍ଭାବନା ରହିଛି।
ପାଣିପାଗ ଆକଳନ ଅନୁସାରେ, ଏହା ଆସନ୍ତା ନଭେମ୍ବର ୧୫ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ।
ପାଣିପାଗ ବିଭାଗର ପ୍ରାଥମିକ ଆକଳନ ଅନୁଯାୟୀ, ଏହି ସମ୍ଭାବ୍ୟ ଅବପାତର କୌଣସି ବଡ଼ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ରାଜ୍ୟରେ ଶୀତର ପ୍ରକୋପ ଜାରି ରହିବା ସହ ଆସନ୍ତା ସାତ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ଆକାଶ ଆଂଶିକ ମେଘୁଆ ରହିପାରେ।
ତେବେ ଏହି ସିଷ୍ଟମ ପ୍ରଭାବରେ ୧୬ ତାରିଖ ମଧ୍ୟରେ ଆଣ୍ଡାମାନ ସାଗର, ଦକ୍ଷିଣ-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ। ଏହି ସମୟରେ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୪୦ ରୁ ୬୦ କିଲୋମିଟର ବେଗରେ ଝଡ଼ ପବନ ବହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ସିଷ୍ଟମର ପ୍ରଭାବ ଏବଂ ବାତ୍ୟା ସମ୍ଭାବନା ନେଇ ପାଣିପାଗ ବିଭାଗ ନଜର ରଖିଛି।
📲Get App