🔥 TRENDING Jharkhand Government Publishes List of... Jharkhand ambulance services suspended... Virender Sehwag Supports MS Dhoni’s Re... Pakistani Man Disguises as Woman in Au... Manorama News airs Speed News at 9:30 ... Chandrapur Police Bust 54 Organized Cr...
20 Nov 2026•
ગુજરાતી मराठी ਪੰਜਾਬੀ বাংলা
Weather

୨୦ ମଧ୍ୟାହ୍ନରେ ସ୍ଥଳଭାଗ ଛୁଇଁବ ବାତ୍ୟା, ପବନର ବେଗ ଘଣ୍ଟାପ୍ରତି ୧୨୦ ରୁ ୧୩୦ କିମି ରହିବ

✍️ Reporter: Deepak Mahapatra 🗓 17 Nov 2026, 12:29 PM 👁 48
Share: 💬 WhatsApp 📘 Facebook 𝕏 Post
ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟା 'ଅକୱାନ' ଆସନ୍ତା ୨୦ ନଭେମ୍ବର ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶର ନେଲୋର ଏବଂ ଟୁନି ମଧ୍ୟରେ ସ୍ଥଳଭାଗ ଛୁଇଁବ।

ଆଜି ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ ଏବଂ ୧୭ ନଭେମ୍ବର ସନ୍ଧ୍ୟା ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହେବ। ଏହାପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୦ ତାରିଖରେ ଏକ ଅତି ଭୀଷଣ ସାମୁଦ୍ରିକ ଝଡ଼ ଭାବରେ ସ୍ଥଳଭାଗ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁଲା ବେଳେ ପବନର ବେଗ ୧୨୦ରୁ ୧୩୦ କିମି ରହିବ । ଝଟ୍‌କା ପବନର ବେଗ ବେଳେ ବେଳେ ୧୪୫ କିମି ରହିବ।

ଉଲ୍ଲେଖଯୋଗ୍ୟ ଯେ, ଗତ ତିନି ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହା ହେଉଛି ତୃତୀୟ ବାତ୍ୟା। ଏହା ପୂର୍ବରୁ ବାତ୍ୟା 'ଅର୍ଣ୍ଣବ' ଏବଂ 'ମୁରାସୁ' ସୃଷ୍ଟି ହୋଇଥିବା ବେଳେ ଏବେ ବାତ୍ୟା 'ଅକୱାନ' ଆସୁଛି ।
📲Get App