शिक्षा
ଆଜିଠୁ ୨୪ ଯାଏ ଦୁଇ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା
ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଲଘୁଚାପ ଓ ତା ପରବର୍ତ୍ତୀ ଅବପାତ ଏବଂ ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି।ଏହି ଦୁଇ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟ ଗୁଡିକୁ ଛୁଟି ଘୋଷଣା କରାଯାଇଛି। ଅଙ୍ଗନବାଡି ସହିତ ଶିଶୁ ବାଟିକାରୁ ଦ୍ବାଦଶ ଶ୍ରେଣୀ ଯାଏ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି।ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଶିକ୍ଷକ ଓ ଅନ୍ୟ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ। ଖୋର୍ଦ୍ଧା ଜିଲ୍ଲାରେ ଧାର୍ଯ୍ୟ ସମୟରେ ଏନ୍ଆରଟିଏସ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ଗୋପାଳପୁର ଠାରୁ ପୂର୍ବ -ଦକ୍ଷିଣ- ପୂର୍ବରେ ୨୫୦ କିମି ଦୂରରେ ରହିଛି। ସେହିପରି ଏହା ପୁରୀ ଠାରୁ ଦକ୍ଷିଣ-ପୂର୍ବରେ ୨୭୦ କିମି ଦୂରରେ ରହିଛି। ଏହି ଅବପାତ ଧୀରେ ଧୀରେ ତୀବ୍ର ହେଉଛି ଓ ଏହା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୩ ତାରିଖ ରାତି ୨୪ ତାରିଖ ଭୋରରେ ଏହା ଗୋପାଳପୁର ଓ ବିଶାଖାପାଟଣା ମଧ୍ୟରେ ଏହା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଆଜିଠାରୁ ଆସନ୍ତାକାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତା କାଲି ସକାଳ ସାଢେ ଆଠଟାରୁ ୨୪ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ଖୋର୍ଦ୍ଧା ଜିଲ୍ଲାକୁ ଏହି ଦୁଇ ଦିନ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଗଞ୍ଜାମ ପାଇଁ ଆଜି ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ଆସନ୍ତା କାଲି ରେଡ୍ ଆଲର୍ଟ ଜାରି କରାଯାଇଛି।