🔥 TRENDING આંગણઉત્સવ शास.प्राथ. विद्या. कोपरा સાબરકાંઠા જિલ્લામાં સફાઈ મિત્રો માટે આ... जालंधर में 'नशा मुक्त पंजाब यात्रा' का... રોજુ ગામના ખેડૂતોનો હુંકાર: નર્મદા નિગ... कामा क्षेत्र में डीएपी खाद की भारी किल...
01 Oct 2026•
ગુજરાતી मराठी ਪੰਜਾਬੀ বাংলা
Education

ଆଜି ୭ ଜିଲ୍ଲାରେ ସ୍କୁଲ ଛୁଟି

✍️ Reporter: Deepak Mahapatra 🗓 25 Sep 2026, 12:30 PM 👁 29
Watch on: ▶️ YouTube
Share: 💬 WhatsApp 📘 Facebook 𝕏 Post
ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ରାଜ୍ୟର ୭ଟି ଜିଲ୍ଲାରେ ଅଙ୍ଗନବାଡ଼ି କେନ୍ଦ୍ର ଓ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ନବରଙ୍ଗପୁର, କଳାହାଣ୍ଡି, ଗଜପତି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ କେନ୍ଦ୍ରାପଡ଼ା ।ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ରାଜ୍ୟର ୭ଟି ଜିଲ୍ଲାରେ ଅଙ୍ଗନବାଡ଼ି କେନ୍ଦ୍ର ଓ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ନବରଙ୍ଗପୁର, କଳାହାଣ୍ଡି, ଗଜପତି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ କେନ୍ଦ୍ରାପଡ଼ା । ଗଭୀର ଅବପାତ ପ୍ରଭାବରେ ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇଥିବା ବେଳେ ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାକୁ ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଓ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ସେଗୁଡ଼ିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିଲା। ସେହିପରି ଆଜି ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ସେହିପରି ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଗଞ୍ଜାମ, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଅରେଞ୍ଚ ୱାର୍ଣ୍ଣିଂ ଜାରି କରାଯାଇଥିଲା।
📲Get App