शिक्षा
ପ୍ରବଳ ବର୍ଷା ପାଇଁ ଆଉ ଏକ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା
यहाँ देखें:
▶️ YouTube
ନୂଆପଡ଼ା ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ ବନ୍ଦ ରହିବ। ଆଜି ନୂଆପଡ଼ା ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି।
ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶରେ କୁହାଯାଇଛି ଯେ ଗତକାଲିଠାରୁ ନୂଆପଡ଼ା ଜିଲ୍ଲାରେ ଲଗାତାର ଭାବେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଥିବା ବେଳେ ଭାରତୀୟ ପାଣିପାଗ ବିଭାଗ (IMD) ଆଜି ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।ଲ୍ଲାପାଳଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶରେ କୁହାଯାଇଛି ଯେ ଗତକାଲିଠାରୁ ନୂଆପଡ଼ା ଜିଲ୍ଲାରେ ଲଗାତାର ଭାବେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଥିବା ବେଳେ ଭାରତୀୟ ପାଣିପାଗ ବିଭାଗ (IMD) ଆଜି ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ତେଣୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟଗୁଡ଼ିକୁ ଶନିବାର (୨୬.୦୯.୨୦୨୬) ଛୁଟି ଘୋଷଣା କରାଯାଇଛି।
ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ସମସ୍ତ ଅଧ୍ୟକ୍ଷ/ପ୍ରଧାନଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ପ୍ରବଳ ବର୍ଷା ଯୋଗୁ ହୋଇଥିବା କ୍ଷୟକ୍ଷତିର ରିପୋର୍ଟ ସିଆରସିସି ଓ ବିଇଓଙ୍କ ମାଧ୍ୟମରେ ଦେବାକୁ ଅଧ୍ୟକ୍ଷ/ପ୍ରଧାନଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ନୂଆପଡ଼ା ଜିଲ୍ଲାକୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ, କଟକ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାରେ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା କରାଯାଇଛି। ସେହିପରି ଭଦ୍ରକ ଜିଲ୍ଲାର ୭ଟି ବ୍ଳକର ୩୯୯ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି।