🔥 TRENDING Two Jharkhand Yoga Teachers Missing in... કસ્તુરબા હોસ્પિટલ નજીક માર્ગ પર ભૂવો પ... Schools Closed on Sep 29, 2026: State‑... जैथरा: पितृपक्ष पर गुप्ता परिवार ने दा... Kerala Sets 100% Renewable Energy Goal... UDF Holds Ayyappankkavu Ward in Kochi...
29 Sep 2026•
ગુજરાતી मराठी ਪੰਜਾਬੀ বাংলা
Religion

ପୁରୀ ଶ୍ରୀମନ୍ଦିର: ବନକଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

✍️ Reporter: Laxminandan Satpathy 🗓 29 Sep 2026, 07:00 PM 👁 17
Watch on: ▶️ YouTube
Share: 💬 WhatsApp 📘 Facebook 𝕏 Post

ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସମୟରେ ବନକଲାଗି ନୀତି ଅନୁଷ୍ଠିତ ହେବ।

ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ପାଇଁ ବନ୍ଦ ରହିବ। ମନ୍ଦିର ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ, ଗୁରୁବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ।

ଏହି ସମୟ ମଧ୍ୟରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ପରମ୍ପରା ଅନୁଯାୟୀ ଏହି ଗୁପ୍ତ ନୀତି ସମ୍ପନ୍ନ କରାଯିବ। ଏହାପରେ ପୁଣି ସର୍ବସାଧାରଣଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲାଯିବ।

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଜାରି କରାଯାଇଛି ଏବଂ ସର୍ବସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ସହଯୋଗ କାମନା କରାଯାଇଛି।
📲Get App