🔥 TRENDING પ્રાંતિજ પોલીસે માવાની મુવાડીમાં દરોડો... ટેમ્પો NH‑48 પર તાતીઝગડા નજીક પલટી, ચા... પલસાણા પોલીસે 9 ભેંસો ભરેલો ટેમ્પો રોક... સુરત જિલ્લા પાલોદ પોલીસે ગરબા આયોજકો સ... ઇડરમાં પૈસા વધારવાના ઠગામિયા બાજ ગેંગન... મંડવી નગરપાલિકાના વારી ગૃહમાં ક્લોરિન...
07 Oct 2026•
ગુજરાતી मराठी ਪੰਜਾਬੀ বাংলা
ଏସିଏଫ୍‌ ମୃତ୍ୟୁ ମାମଲା: ଘାରିଛି ଗିରଫ ଭୟ, ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ପତ୍ନୀ ବିଦ୍ୟାଭାରତୀ
Crime

ଏସିଏଫ୍‌ ମୃତ୍ୟୁ ମାମଲା: ଘାରିଛି ଗିରଫ ଭୟ, ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ପତ୍ନୀ ବିଦ୍ୟାଭାରତୀ

✍️ Reporter: Deepak Mahapatra 🗓 07 Oct 2026, 12:38 PM 👁 19
Share: 💬 WhatsApp 📘 Facebook 𝕏 Post
ବହୁ ଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ହତ୍ୟା ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଗିରଫଦାରୀ ଆଶଙ୍କା ବଢ଼ିଥିବା ବେଳେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି।ବହୁ ଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ହତ୍ୟା ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଗିରଫଦାରୀ ଆଶଙ୍କା ବଢ଼ିଥିବା ବେଳେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ସୁପ୍ରିମକୋର୍ଟରୁ ନିରାଶ ହେବା ପରେ ହାଇକୋର୍ଟରେ ଆଗୁଆ ଜାମିନ ଆବଦେନ କରିଛନ୍ତି ବିଦ୍ୟାଭାରତୀ ।

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନିମ୍ନ ଅଦାଲତରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ସମେତ ହାଇକୋର୍ଟରେ ମୋଟ ଦୁଇଟି ଆବେଦନ କରିଥିଲେ ବିଦ୍ୟାଭାରତୀ। ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟ ତାଙ୍କ ଆବେଦନ ଉପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ। ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଥିଲେ। ଆଉ ସେପ୍ଟେମ୍ବର ୯ ତାରିଖରେ ରାୟ ଶୁଣାଇ ହାଇକୋର୍ଟ ବିଦ୍ୟାଭାରତୀଙ୍କ ଆବେଦନକୁ ଖାରଜ କରିଦେଇଥିଲେ। ତାଙ୍କ ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ କୋର୍ଟ। ଏହା ବିରୋଧରେ ସେ ସୁପ୍ରିମକୋର୍ଟରେ ସ୍ପେଶାଲ୍ ଲିଭ୍ ପିଟିସନ୍ ଦାଖଲ କରିଥିଲେ। କିନ୍ତୁ ସୁପ୍ରିମ୍‌କୋର୍ଟ ତାଙ୍କ ଆବେଦନ ଖାରଜ କରି ଦେଇଥିଲେ।
୨୦୨୧ ଜୁଲାଇ ୧୧ ତାରିଖ ରାତିରେ ଏସିଏଫ ସୌମ୍ୟରଞ୍ଜନ ଅତି ସନ୍ଦେହଜନକ ଅବସ୍ଥାରେ ପୋଡ଼ି ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ତା’ ପରଦିନ ତାଙ୍କର ମୃତ୍ୟୁ ହୋଇଥିଲା। ମାମଲାର ତଦନ୍ତ କରି ପତ୍ନୀ ବିଦ୍ୟାଭାରତୀଙ୍କ ବିରୋଧରେ ଅଗ୍ନି ନିର୍ବାପନରେ ଅବହେଳା ଦଫାରେ ଚାର୍ଜସିଟ ଦାଖଲ କରିବା ସହ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ କ୍ଲିନଚିଟ ଦେଇଥିଲା କ୍ରାଇମବ୍ରାଞ୍ଚ। ଏହାକୁ ଚ୍ୟାଲେଞ୍ଜ କରି ସୌମ୍ୟରଞ୍ଜନଙ୍କ ପରିବାର ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ମାମଲା ଦାଏର କରିଥିଲେ।

ଉକ୍ତ ଆବେଦନର ଶୁଣାଣି କରି ଏସଡିଜେଏମ କୋର୍ଟ ପାରଳାଖେମୁଣ୍ଡି, ଏହି ୩ ଜଣଙ୍କ ବିରୋଧରେ IPC ର ଦଫା ୩୦୨ (ହତ୍ୟା) ଏବଂ IPC ୧୨୦- ବି (ଅପରାଧିକ ଷଡଯନ୍ତ୍ର ରଚିବା)ରେ ମୋକଦ୍ଦମା ଚାଲିବ ବୋଲି ନିର୍ଦ୍ଦେଶ ଦେଇଥିଲେ। ବାରମ୍ବାର ସମନ ସତ୍ତ୍ୱେ ହାଜର ନହେବାରୁ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ୨୦୨୩ ମସିହାରେ ଜାମିନ ବିହୀନ ଗିରଫ ପରୱାନା ମଧ୍ୟ ଜାରି ହୋଇଥିଲା। ଯାହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରି ଅଭିଯୁକ୍ତମାନେ ସାମୟିକ ଆଶ୍ୱସ୍ତି ପାଇଥିଲେ। ତେବେ ଗତ ଜୁଲାଇ ମାସରେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଆତ୍ମସମର୍ପଣ କରିଥିଲେ। ସେହି ଦିନଠାରୁ ସେ ପାରଳାଖେମୁଣ୍ଡି ଜେଲ୍‌ରେ ଅଛନ୍ତି। ସେହିପରି ଗତ ମାସ ୩୦ ତାରିଖରେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ତଥା ତତ୍କାଳୀନ ରୋଷେୟା ମନ୍ମଥ କୁମ୍ଭଙ୍କୁ ଗିରଫ କରିଥିଲା ପାରଳାଖେମୁଣ୍ଡି ପୁଲିସ। ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟ ଜାରି କରିଥିବା ଜାମିନ ବିହୀନ ଗିରଫ ପରୱାନା ବଳରେ (NBW) ପୁଲିସ ତାଙ୍କୁ ଗିରଫ କରିଥିଲା। ସେ ବି ପାରଳାଖେମୁଣ୍ଡି ଜେଲ୍‌ରେ ଅଛନ୍ତି।
📲Get App