🔥 TRENDING ರೈತರ ಹೋರಾಟ ಮುಗಿದ ಬೆನ್ನಲ್ಲೇ ರಾಷ್ಟ್ರೀಯ ಹ... खिदमत फाउंडेशन बड़ौत द्वारा तीसरे रक्त... Supreme Court Warns Strict Action Agai... ଭୋଟ୍ ଗ୍ରହଣ ଚାଲିଥିବା ବେଳେ ନିର୍ବାଚନ ଦାୟି... India's Ministry of Defence signs ₹4,1... Bengaluru Airport and Vancouver Sign S...
16 Oct 2026•
ગુજરાતી मराठी ਪੰਜਾਬੀ বাংলা
ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
Politics

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

✍️ Reporter: Deepak Mahapatra 🗓 16 Oct 2026, 01:12 PM 👁 10
Share: 💬 WhatsApp 📘 Facebook 𝕏 Post
ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କର ଆଜି ହେଉଛି ଜନ୍ମଦିନ। ସେ ୮୦ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ନବୀନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ‘ଏକ୍ସ’ରେ ଲେଖିଛନ୍ତି, ମାନ୍ୟବର ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଏବଂ ସୁଖମୟ ଜୀବନ କାମନା କରୁଛି।
୧୯୯୭ରେ ବିଜୁ ଜନତା ଦଳ ଗଠନ ହେବା ଦିନଠାରୁ ନବୀନ ପଟ୍ଟନାୟକ ଏହାର ସଭାପତି ରହିଆସିଛନ୍ତି। ସେ ୨୪ ବର୍ଷ ଧରି ରାଜ୍ୟର ମୁଖ୍ୟମନ୍ତ୍ରୀ ରହିଥିଲେ। ୨୦୨୪ରୁ ସେ ବିରୋଧୀ ଦଳ ନେତା ଅଛନ୍ତି। ସେ ୨୦୦୦ ମସିହାରୁ ଗଞ୍ଜାମର ହିଞ୍ଜିଳି ବିଧାନସଭା ଆସନରୁ ବିଜୟୀ ହୋଇଆସୁଛନ୍ତି। ସେ ୧୯୯୭ରୁ ୨୦୦୦ ପର୍ଯ୍ୟନ୍ତ ଆସ୍କାରୁ ଲୋକସଭା ସାଂସଦ ରହିଥିଲେ। ୧୯୯୮ରୁ ୨୦୦୦ ପର୍ଯ୍ୟନ୍ତ ସେ କେନ୍ଦ୍ର ସରକାରରେ ଇସ୍ପାତ ଓ ଖଣି ମନ୍ତ୍ରୀ ରହିଥିଲେ। ୨୦୦୦ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ।
ପରସ୍ପରକୁ କଲେ ଟାର୍ଗେଟ
ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ଶିକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା ଅବସରରେ ପରସ୍ପରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।
ମୁଖ୍ୟମନ୍ତ୍ରୀ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ‘ପୂର୍ବ ସରକାର ନିଜର ରାଜନୈତିକ ସ୍ୱାର୍ଥ ପାଇଁ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରଖି ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରିକ ସ୍ୱରକୁ ଚାପି ଦେଇଥିଲେ। କିନ୍ତୁ ଆମେ ଛାତ୍ର ସମାଜକୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି, ସଫଳତାର ସହ ନିର୍ବାଚନ ପରିଚାଳନା କରିଛୁ ଏବଂ କ୍ୟାମ୍ପସରେ ଗଣତନ୍ତ୍ରର ପୁନଃପ୍ରତିଷ୍ଠା କରିଛୁ।
ଏହି ଅବସରରେ ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ପ୍ରାର୍ଥୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ଛାତ୍ରଛାତ୍ରୀଙ୍କ ଆଶା, ଆକାଂକ୍ଷା ତଥା ସେମାନଙ୍କ ସ୍ୱରକୁ ସମ୍ମାନ ଜଣାଇ ଆପଣମାନେ ନିଜ ନିଜର ଦାୟିତ୍ୱକୁ ନିଷ୍ଠା ଓ ସଚ୍ଚୋଟତାର ସହ ତୁଲାଇବେ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ। କ୍ୟାମ୍ପସରେ ଶୃଙ୍ଖଳା, ଶୈକ୍ଷିକ ବାତାବରଣ, ଏକତା ଓ ସୁସ୍ଥ ଗଣତାନ୍ତ୍ରିକ ପରମ୍ପରାକୁ ଆହୁରି ସୁଦୃଢ଼ କରି ଏକ ବିକଶିତ ଓଡ଼ିଶା ଗଠନରେ ଆପଣମାନେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ।’
ନବୀନ ପଟ୍ଟନାୟକ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ସମସ୍ତ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଉଜ୍ଜ୍ୱଳ ଭବିଷ୍ୟତ ତଥା ସଫଳ କାର୍ଯ୍ୟକାଳ କାମନା କରୁଛି। ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ସମସ୍ତ ପ୍ରାର୍ଥୀ ଓ ଛାତ୍ରଛାତ୍ରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି। ଏ ବିଜୟ ଓଡ଼ିଶାର GenZ, ଯୁବ ଓ ଛାତ୍ରଶକ୍ତିଙ୍କ ନିଷ୍ଠା ଏବଂ ଏକତାକୁ ପ୍ରତିଫଳିତ କରୁଛି।
ସେ ଆହୁରି ଲେଖିଛନ୍ତି, ଛାତ୍ର ସଂସଦ ନିର୍ବାଚନକୁ ଅନ୍ୟାୟ ଓ ଅସାଧୁ ଉପାୟରେ ଜିତିବା ପାଇଁ ବିଜେପି ସରକାରର ଚକ୍ରାନ୍ତ ବିରୋଧରେ ଦୃଢ଼ତାର ସହ ଲଢ଼ିଥିବା ବିସିଜେଡି ତଥା ବିଜେଡିର ସମସ୍ତ ନେତାମାନଙ୍କୁ ସାଧୁବାଦ ଜଣାଉଛି। କଲେଜର ଶୈକ୍ଷିକ ବାତାବରଣକୁ ବଜାୟ ରଖି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ପାଇଁ ସମସ୍ତେ ଏକ ହୋଇ ଆଗେଇ ଆସନ୍ତୁ।
📲Get App