🔥 TRENDING Karnataka to Offer Discounted Fares on... Delhi Man Arrested in Karnataka Sting... Steffan Jones appointed bowling consul... India's Sitaram Raul Wins Wildlife Pho... Hacker group claims breach of 86.3 lak... 1 ਨਵੰਬਰ ਨੂੰ ਚੰਡੀਗੜ੍ਹ ਆਉਣਗੇ ਕੇਂਦਰੀ ਗ੍ਰਹ...
24 Oct 2026•
ગુજરાતી मराठी ਪੰਜਾਬੀ বাংলা

ସମ୍ଭାବ୍ୟ ବାତ୍ୟା ଓ ବର୍ଷା ମୁକାବିଲା ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

✍️ Reporter: SUKUMAR MANDAL 🗓 24 Oct 2026, 08:12 PM 👁 20
Share: 💬 WhatsApp 📘 Facebook 𝕏 Post
ମାଲକାନଗିରି, ୨୪/୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା ମଧ୍ୟରେ ଆସନ୍ତା ୨୬ରୁ ୨୮ ଅକ୍ଟୋବର ମଧ୍ୟରେ ମାଲକାନଗିରି ଜିଲ୍ଲାରେ ବ୍ୟାପକ ବର୍ଷାର ପୂର୍ବାନୁମାନ କରାଯାଇଛି। ଏହାର ମୁକାବିଲା ପାଇଁ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିଥିଲେ।
ବୈଠକରେ ତଳିଆ ଓ ବିପଦସଙ୍କୁଳ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳର ପ୍ରସବ ତାରିଖ ନିକଟବର୍ତ୍ତୀ ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରି ଆଗୁଆ ଡାକ୍ତରଖାନା କିମ୍ବା ସୁରକ୍ଷିତ ଆଶ୍ରୟସ୍ଥଳୀକୁ ନେବାକୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଡାକ୍ତରଖାନାଗୁଡ଼ିକରେ ଜରୁରୀ ଔଷଧ, ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ଦଳ ଓ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା କରାଯାଇଛି।
ଏଥିସହ ଜାତୀୟ ଓ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ ଏବଂ ଅଗ୍ନିଶମ ବାହିନୀକୁ ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରଖାଯାଇଛି। ଗୁଜବରେ ବିଶ୍ୱାସ ନକରି କେବଳ ସରକାରୀ ସୂଚନା ଉପରେ ଭରସା କରିବା ସହ ପ୍ରଶାସନକୁ ସହଯୋଗ କରିବାକୁ ଜିଲ୍ଲାବାସୀଙ୍କୁ ନିବେଦନ କରାଯାଇଛି।
📲Get App