🔥 TRENDING ਅਮਰੀਕਾ ਨੇ ਬੈਨ ਕਰ''ਤੀ ਵੀਜ਼ਾ ਫ੍ਰੀ ਐਂਟਰੀ... उपमुख्यमंत्री राजेन्द्र शुक्ल ने जयप्र... अदलहाट इब्राहिमपुर में पानी सप्लाई पर... सर्वजन कल्याण शिक्षण संस्थान को राष्ट्... જૂનાગઢ પોલીસે રાજસ્થાની ટ્રાન્સપોર્ટથી... महर्षि वाल्मीकि जयंती पर शक्तिफार्म मे...
27 Oct 2026•
ગુજરાતી मराठी ਪੰਜਾਬੀ বাংলা
Weather

ସମ୍ଭାବ୍ୟ ବାତ୍ୟା: ସ୍ଵାସ୍ଥ୍ୟ ବିଭାଗର ହାଇ ଆଲର୍ଟ, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

✍️ Reporter: Deepak Mahapatra 🗓 27 Oct 2026, 01:32 PM 👁 16
Share: 💬 WhatsApp 📘 Facebook 𝕏 Post
ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆଜି ଖାରବେଳ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ସ୍ଵାସ୍ଥ୍ୟ ବିଭାଗ ଶାସନ ସଚିବ ତଥା କମିଶନର ଅଶ୍ଵତୀ ଏସ.ଙ୍କ ଅଧ୍ଯକ୍ଷତାରେ ଏକ ଜରୁରୀ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନ୍ସିଂ ଜରିଆରେ ହୋଇଥିବା ଏହି ବୈଠକରେ ବିଭାଗୀୟ ବରିଷ୍ଠ ଅଧିକାରୀ ଏବଂ ସମ୍ପୃକ୍ତ ଜିଲ୍ଲାଗୁଡ଼ିକର ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ (CDMO) ମାନେ ଅଂଶଗ୍ରହଣ କରିଥିଲେ।
ବୈଠକରେ ବାତ୍ୟା ଓ ବର୍ଷା ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟସେବାକୁ ସମ୍ପୂର୍ଣ୍ଣ ଅବ୍ୟାହତ ରଖିବାକୁ ସଚିବ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ପ୍ରଭାବିତ ଜିଲ୍ଲାଗୁଡ଼ିକରେ ଅତ୍ୟାବଶ୍ୟକ ଔଷଧ, ହାଲୋଜେନ ବଟିକା ଏବଂ ବ୍ଲିଚିଙ୍ଗ ପାଉଡ଼ର ଯଥେଷ୍ଟ ପରିମାଣରେ ମହଜୁଦ ରଖିବାକୁ କୁହାଯାଇଛି।
ତୀ ଓ ଗର୍ଭବଶିଶୁଙ୍କ ସୁରକ୍ଷାକୁ ପ୍ରାଥମିକତା
ବାତ୍ୟା ଓ ବନ୍ୟା ପ୍ରଭାବିତ ଦୁର୍ଗମାଞ୍ଚଳରେ ତ୍ୱରିତ ପ୍ରତିକ୍ରିୟା ଟିମ୍ (RRT) ଏବଂ ମୋବାଇଲ୍ ହେଲ୍ଥ ୟୁନିଟ୍ (MHU)କୁ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଡାଇରିଆ, ହଇଜା, ମ୍ୟାଲେରିଆ ଏବଂ ଡେଙ୍ଗୁ ଭଳି ଜଳବାହିତ ଓ ଭେକ୍ଟରଜନିତ ରୋଗ ଉପରେ କଡ଼ା ନଜର ରଖିବାକୁ ପରାମର୍ଶ ଦିଆଯାଇଛି। ରିଲିଫ୍ କେନ୍ଦ୍ରଗୁଡ଼ିକରେ ଆଶ୍ରୟ ନେଇଥିବା ଲୋକଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ଏବଂ ପରିମଳ ବ୍ୟବସ୍ଥା ସୁନିଶ୍ଚିତ କରିବା ସହ ଗର୍ଭବତୀ ମହିଳା, ନବଜାତ ଶିଶୁ ଏବଂ ବୟସ୍କ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ପ୍ରତି ସ୍ୱତନ୍ତ୍ର ଯତ୍ନ ନେବାକୁ ଗୁରୁତ୍ୱ ଦିଆଯାଇଛି।
କଣ୍ଟ୍ରୋଲ ରୁମ କାର୍ଯ୍ୟକ୍ଷମ ଓ ଛୁଟି ବାତିଲ
ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଅନ୍ୟାନ୍ୟ ପ୍ରଶାସନିକ ବିଭାଗ ସହ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ କୁହାଯାଇଛି। ପରିସ୍ଥିତି ସ୍ୱାଭାବିକ ନ ହେବା ପର୍ଯ୍ୟନ୍ତ ସମସ୍ତ ସ୍ୱାସ୍ଥ୍ୟକର୍ମୀ ଓ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବੇଳେ, ଏହାକୁ ଦୃଷ୍ଟିରେ ରଖି ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ପାଇଁ ରାଜ୍ୟ ଏବଂ ଜିଲ୍ଲା ସ୍ତରରେ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ ମଧ୍ୟ କାର୍ଯ୍ୟକ୍ଷମ କରାଯାଇଛି।
📲Get App