🔥 TRENDING ସରକାରୀ ପଲିଟେକନିକରେ ଅଧ୍ୟାପକଙ୍କ ବିଶୃଙ୍ଖଳ... Tawang in Arunachal Pradesh to Host No... ब्रेकिंग न्यूज़ | अमेठी के बोझी चौराहे... Arunachal Pradesh Congress Demands Jud... Army reinforces strategic Arunachal br... New Media Policy in Kashmir Likely to...
29 Oct 2026•
ગુજરાતી मराठी ਪੰਜਾਬੀ বাংলা
Weather

ଦୁର୍ବଳ ହେଉଛି ବାତ୍ୟା 'ଅର୍ଣ୍ଣବ , ସନ୍ଧ୍ୟା ସୁଦ୍ଧା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ

✍️ Reporter: Deepak Mahapatra 🗓 29 Oct 2026, 01:31 PM 👁 13
Share: 💬 WhatsApp 📘 Facebook 𝕏 Post
ଭୁବନେଶ୍ୱର : ଗଭୀର ଅବପାତରେ ପରିଣତ ହେଲା ବାତ୍ୟା ‘ଅର୍ଣ୍ଣବ’ । ଦୁର୍ବଳ ହେବାରେ ଲାଗିଛି। ସ୍ଥଳଭାଗ ଛୁଇଁବାର ୬ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟା ଓ ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହୋଇଛି।ମାଲକାନଗିରି ଠାରୁ ୬୦ କିମି ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ରାତି ସୁଦ୍ଧା ଏହା ଅବପାତରେ ପରିଣତ ହୋଇ ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି।ସନ୍ଧ୍ୟା ସୁଦ୍ଧା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି।
ତେବେ ଆଗକୁ ବଢ଼ୁଥିବା ଏହି ଗଭୀର ଅବପାତ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ପବନ ଲାଗିରହିବ। ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, କନ୍ଧମାଳ ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ଏବଂ ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ମଧ୍ୟ ଘଣ୍ଟା ପ୍ରତି ୬୦ରୁ ୯୦ କିମି ରହିବାର ସମ୍ଭାବନା ରହିଥିବାରୁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋରଧା ଓ ନୟାଗଡ଼ରେ ମଧ୍ଯ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବର୍ଷା ହୋଇପାରେ। ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷା ପ୍ରଭାବ ରହିବ।
୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୬୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାଲେଶ୍ବର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ପବନ ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ତେବେ ପରବର୍ତ୍ତୀ ଦୁଇ ଦିନରେ ପୁରୀ, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ବାରଣ ହୋଇଛି।
ବାତ୍ୟା ଅର୍ଣ୍ଣବ ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ୧୫୦ କିମି ରହିଥିଲା। ମାଡ଼ ହେବା ପରେ ଦୁର୍ବଳ ହୋଇଥିଲେ ମଧ୍ୟ ପବନର ବେଗ ହଠାତ୍‌ କମି ନ ଥିଲା, ବରଂ ସନ୍ଧ୍ୟା ପର୍ଯ୍ୟନ୍ତ କୋପ ଲାଗି ରହିଥିଲା। ସନ୍ଧ୍ୟା ପର୍ଯ୍ୟନ୍ତ ବଳୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୮୦ରୁ ୯୦ କିମି ଓ ଝଟକା ପବନ ୧୦୦ କିମି ରହିଥିଲା।
📲Get App