🔥 ट्रेंडिंग Aligarh News:- जनपद में बड़ी कार्रवाई:... એકતાનગરમાં ભારત પર્વ-૨૦૨૬ની ભવ્ય ઉજવણી... एशियन स्कूल में जूनियर स्पोर्ट्स डे का... चार धाम के लिए हेलीकॉप्टर उड़ानें नई स... बेंगलुरु में 2 नवंबर को सोना‑चांदी की... दिलजीत दोजाँग ने दिल्ली कॉन्सर्ट के बा...
02 नव. 2026•
ગુજરાતી मराठी ਪੰਜਾਬੀ বাংলা
मौसम

ପୁଣି ସୃଷ୍ଟି ହେଲା ବାତ୍ୟା, ନାଁ ‘ମୁରାସୁ’; ଜାଣନ୍ତୁ, ଓଡ଼ିଶାରେ କ’ଣ ରହିବ ପ୍ରଭାବ

✍️ रिपोर्टर: Deepak Mahapatra 🗓 02 नव. 2026, 01:02 PM 👁 16
शेयर करें: 💬 WhatsApp 📘 Facebook 𝕏 Post
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାଁ ହେଉଛି ‘ମୁରାସୁ’। ଏହା ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ନଭେମ୍ବର ୩ ତାରିଖ ସକାଳେ ଏହା ଆନ୍ଧ୍ର ଉପକୂଳ ଅତିକ୍ରମ କରିପାରେ ବୋଲି ଆକଳନ କରାଯାଇଛି।
ଭୀଷଣ ବାତ୍ୟା ରୂପରେ ‘ମୁରାସୁ’ ଆନ୍ଧ୍ର ପ୍ରଦେଶର ନେଲ୍ଲୋର-ନର୍ସାପୁର ମଧ୍ୟରେ ସ୍ଥଳଭାଗ ଛୁଇଁପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ ରୁ ୧୧୦ କିମି ରହିବାର ସମ୍ଭାବନା ରହିଛି। ସେହିପରି ଏହି ସମୟରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୧୨୦ କିମି ରହିବାର ସମ୍ଭାବନା ରହିଛି।
‘ମୁରାସୁ’ର ପ୍ରଭାବ ଓଡ଼ିଶାରେ ଉପରେ ମଧ୍ୟ ପଡ଼ିବ। ଏହାର ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ ବାତ୍ୟା ‘ଅର୍ଣ୍ଣବ’ଠାରୁ କମ୍ ରହିବ ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆସନ୍ତାକାଲି ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଅଧିକ ବର୍ଷା ହେବ ୩ ଓ ୪ ତାରିଖରେ। ୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୧୨ରୁ ୨୦ ସେମି) ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୪ ତାରିଖରେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୧୨ରୁ ୨୦ ସେମି) ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଯେ ୫ ତାରିଖ ବେଳକୁ ବର୍ଷା କମିଯିବ। କିଛି କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ୨ରୁ ୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଥିବା ସେ ସୂଚନା ଦେଇଛନ୍ତି। ଏହା ସହିତ ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି, ସେମାନଙ୍କୁ କୂଳକୁ ଫେରିଆସିବାକୁ ସେ ପରାମର୍ଶ ଦେଇଛନ୍ତି।
📲Get App