🔥 ट्रेंडिंग टैंपू और कार के बिच भीषण टक्कर आठ लोग... इलाहाबाद प्रकरण को लेकर बेगसराय सिविल... रायबरेली में 17 वर्षीय किशोर का शव नाल... लुथरा भाइयों ने 25 पीड़ितों को 20 लाख... गोवा ने उच्च न्यायालय के आदेश पर सुप्र... गोवा ने 2027 के चुनाव से पहले अनुसूचित...
03 नव. 2026•
ગુજરાતી मराठी ਪੰਜਾਬੀ বাংলা
स्थानीय

ଚିକିତ୍ସା ଓ ଗବେଷଣା କ୍ଷେତ୍ରରେ ଡା. ଅଶୋକ ମହାପାତ୍ରଙ୍କ ଅବଦାନ ଅବିସ୍ମରଣୀୟ

✍️ रिपोर्टर: Deepak Mahapatra 🗓 03 नव. 2026, 01:13 PM 👁 21
शेयर करें: 💬 WhatsApp 📘 Facebook 𝕏 Post
ଭୁବନେଶ୍ୱର: ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପଦ୍ମଶ୍ରୀ ଡା. ଅଶୋକ କୁମାର ମହାପାତ୍ରଙ୍କ ପରଲୋକ ଘଟିଛି । ଅଶୋକ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଅନେକ ସାଂସଦ ଓ ବିଧାୟକଗଣଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୋସିଆଲ୍ ମିଡ଼ିଆ ଏକ୍ସରେ ଲେଖିଛନ୍ତି, “ବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର (ଡା.) ଅଶୋକ କୁମାର ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ।ଦେଶର ଜଣେ ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଚିକିତ୍ସା ବିଜ୍ଞାନ ଜଗତର ଅଗ୍ରଣୀ ବ୍ୟକ୍ତିତ୍ୱ ଭାବରେ ସେ ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ସମୃଦ୍ଧ କରିବା ସହ ଓଡ଼ିଶା ତଥା ସମଗ୍ର ଦେଶ ପାଇଁ ଗୌରବ ଆଣିଦେଇଥିଲେ। ଚିକିତ୍ସା ସେବା ଓ ଗବେଷଣା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ସର୍ବଦା ଅବିସ୍ମରଣୀୟ ରହିବ। ଏହି ଦୁଃଖଦ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ସଦ୍‌ଗତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଚରଣରେ ପ୍ରାର୍ଥନା କରୁଛି”।
ସେହିପରି ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି ଉଲ୍ଲେଖ କରିଛନ୍ତି, ଖ୍ୟାତନାମା ବିଶିଷ୍ଟ ଚିକିତ୍ସକ ଡାକ୍ତର ଅଶୋକ କୁମାର ମହାପାତ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବହୁ ବିରଳ ସଫଳ ଅସ୍ତ୍ରୋପଚାର ସହ ଚିକିତ୍ସା ବିଜ୍ଞାନରେ ସେ ନିଜର ଅଭୁଲା ଛାପ ଛାଡ଼ି ଯାଇଛନ୍ତି। ଓଡ଼ିଶାରେ ଏମ୍ସ ପ୍ରତିଷ୍ଠା ହେଉ କି ଲୋକଙ୍କ ପାଇଁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇବା, ସେ ସବୁବେଳେ ସ୍ମରଣୀୟ ରହିବେ। ଏହା ସମଗ୍ର ଓଡ଼ିଶା ତଥା ଭାରତ ପାଇଁ ଏକ ଅପୂରଣୀୟ କ୍ଷତି। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଇବା ସହ ଦିବଂଗତ ଆତ୍ମାର ସଦଗତି କାମନା କରୁଛି।
ସେହିପରି ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି ।
ଉଲ୍ଲେଖ ଯୋଗ୍ୟ, ଗତକାଲି ନୂଆଦିଲ୍ଲୀ ଏମ୍ସ ନ୍ୟୁରୋ ସର୍ଜରୀ ବିଭାଗରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ଅଶୋକ ମହାପାତ୍ରଙ୍କର ଦେହାନ୍ତ ହୋଇଯାଇଛି । ରାତି ୯ଟା ୧୫ ମିନିଟ୍‌ରେ ୭୪ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ଅଶୋକ ମହାପାତ୍ରଙ୍କର ଚିକିତ୍ସା କ୍ଷେତ୍ରରେ ଅତୁଳନୀୟ ଅବଦାନ ରହିଥିଲା । ସେ ନୂଆଦିଲ୍ଲୀସ୍ଥିତ ଏମ୍‌ସର ସ୍ନାୟୁବିଜ୍ଞାନ କେନ୍ଦ୍ରର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ । ୨୦୧୭ରେ ଯୋଡ଼ା ମୁଣ୍ଡ ଶିଶୁ ଜଗା କାଳିଆଙ୍କ ଅସ୍ତ୍ରୋପଚାରରେ ପ୍ରମୁଖ ଭୂମିକା ଗ୍ରହଣ କରି ଚର୍ଚ୍ଚାକୁ ଆସିଥିଲେ, ଯାହାକି ବିଶ୍ୱରେ ଏକ ବିରଳ ଅସ୍ତ୍ରୋପଚାରରେ ଗଣତି ହୁଏ । ୨୦୨୪ରେ ତାଙ୍କୁ 'ପଦ୍ମଶ୍ରୀ' ସମ୍ମାନରେ ସମ୍ମାନୀତ କରାଯାଇଥିଲା ।
📲Get App