Weather
ପୁଣି ବାତ୍ୟା ବିପଦ: ୧୬ରେ ସାମୁଦ୍ରିକ ଝଡ଼, ୧୯ରେ ଲ୍ୟାଣ୍ଡଫଲ୍ , ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ଏସଆରସି
ବଙ୍ଗୋପସାଗରରେ ପୁଣି ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାର ଆଶଙ୍କା ଦେଖାଦେଇଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଧୀରେଧୀରେ ଶକ୍ତିଶାଳୀ ହୋଇ ଆସନ୍ତା ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ଓ ଏହା ଆସନ୍ତା ୧୯ତାରିଖରେ ସ୍ଥଳଭାଗ ଛୁଇଁବା ବା ଲ୍ୟାଣ୍ଡଫଲ୍ କରିବା ନେଇ ଆକଳନ କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଏହି ପୂର୍ବାନୁମାନ ପରେ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି)ଙ୍କ ପକ୍ଷରୁ ଆଜି ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରାଯାଇଥିବାବେଳେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ବସିଥିବା ଜଣାପଡ଼ିଛି।
ପାଣିପାଗ ବିଭାଗର ସ୍ୱତନ୍ତ୍ର ବୁଲେଟିନ୍ ଅନୁଯାୟୀ, ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗର ଓ ସଂଲଗ୍ନ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ ଉପରେ ରହିଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଅର୍ଥାତ୍ ନଭେମ୍ବର ୧୩ ତାରିଖ ସକାଳ ସାଢ଼େ ୫ଟାରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଓ ସକାଳ ୮ଟା ୩୦ ମିନିଟରେ ମଧ୍ୟ ଏହା ସେହି ଅଂଚଳରେ କେନ୍ଦ୍ରୀଭୂତ ରହିଥିଲା।
ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ନଭେମ୍ବର ୧୪ ତାରିଖରେ ଏକ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ ଓ ନଭେମ୍ବର ୧୫ତାରିଖ ସକାଳ ସୁଦ୍ଧା ସେହି ଅଂଚଳରେ ଅବପାତର ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇବା ସହ ନଭେମ୍ବର ୧୬ତାରିଖ ସନ୍ଧ୍ୟା ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାମୁଦ୍ରିକ ଘୂର୍ଣ୍ଣିଝଡ଼ ବା ବାତ୍ୟାରେ ପରିଣତ ହୋଇପାରେ।
ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ଯୋଗୁଁ ସହରାଂଚଳର ତଳିଆ ଅଂଚଳରେ ଜଳବନ୍ଦୀ ସମସ୍ୟା, ରାସ୍ତାଘାଟରେ ପାଣି ଜମିବା, ଅଣ୍ଡରପାସ୍ ବନ୍ଦ ହେବା ସହ କଚ୍ଚା ରାସ୍ତା ଓ ପନିପରିବା ଓ ଫସଲର ସାମାନ୍ୟ କ୍ଷୟକ୍ଷତି ହେବାର ଆଶଙ୍କା ରହିଛି।
ନଭେମ୍ବର ୧୭ ତାରିଖଠାରୁ ପରବର୍ତ୍ତୀ ଦୁଇ ଦିନ ପର୍ଯ୍ୟନ୍ତ କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ବୃଦ୍ଧି ପାଇ ଘଣ୍ଟାପ୍ରତି ୬୫ରୁ ୭୫ କିମି ଓ ଝଟକା ପବନ ୮୦ କିମି ପର୍ଯ୍ୟନ୍ତ ପହଂଚିବାର ସମ୍ଭାବନା ରହିଛି। ଫଳରେ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହୁଥିବାରୁ ଗଭୀର ସମୁଦ୍ରରେ ଥିବା ସମସ୍ତ ମତ୍ସ୍ୟଜୀବୀଙ୍କୁ ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା କୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି।
ଏଥିସହ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ନଭେମ୍ବର ୧୭ ପର୍ଯ୍ୟନ୍ତ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରକୁ ନଭେମ୍ବର ୧୫ରୁ ୧୮ ପର୍ଯ୍ୟନ୍ତ ଓ କେନ୍ଦ୍ରୀୟ ବଙ୍ଗୋପସାଗରକୁ ନଭେମ୍ବର ୧୬ରୁ ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏସଆରସିଙ୍କ ପକ୍ଷରୁ ରାଜ୍ୟର ସବୁ ଜିଲ୍ଲାପାଳ, ବିଭିନ୍ନ ବିଭାଗର ସଚିବ, ଆରଡିସି ଓ ଓସଡମା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ସନ୍ଦେଶ ଜାରି ହୋଇଛି। ଅନ୍ୟପଟେ, ସମ୍ଭାବ୍ୟ ବାତ୍ୟାର ମୁକାବିଲା ପ୍ରସ୍ତୁତି ନେଇ ପ୍ରତିକ୍ରିୟା ରଖି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ପ୍ରାଥମିକ ଆକଳନ ଅନୁଯାୟୀ ରାଜ୍ୟରେ ବର୍ଷା ସ୍ୱାଭାବିକ ରହିବା ସହ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିପାରେ। ଏବେ ଆଇଏମଡିରୁ ଆସିଥିବା ରିପୋର୍ଟକୁ ତନ୍ନ ତନ୍ନ କରି ଅଧ୍ୟୟନ କରାଯାଉଛି ଓ ଲଘୁଚାପଟି ଅବପାତରେ ପରିଣତ ହେବା ପରେ ଏହା କେତେ କିମି ଗତି କରିବ, କେଉଁ ଦିଗକୁ ଯିବ ଓ କେଉଁଠି ସ୍ଥଳଭାଗ ଛୁଇଁବ ସେନେଇ ଅନୁଧ୍ୟାନ ଚାଲିଛି। ଓଡ଼ିଶା ଉପରେ ଏହାର ପ୍ରଭାବ କେତେ ରହିବ ସେ ସମ୍ପର୍କରେ ଆଇଏମଡିର ଚୂଡ଼ାନ୍ତ ଆକଳନ ଆସିବା ପରେ ସରକାର ପରବର୍ତ୍ତୀ ପଦକ୍ଷେପ ନେବେ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।