🔥 TRENDING Heavy Snowfall Blankets Adi Kailash, O... Karnataka CM Vijay heads to Delhi for... ਹਰ ਸਾਲ ਦੀ ਤਰ੍ਹਾਂ ਇਸ ਸਾਲ ਵੀ ਸਰਦਾਰ ਨਿਰਮਲ... NEED24 NEWS Delhi’s Air Quality Improves Despite L... ସୃଷ୍ଟି ହେଲା ଗଭୀର ଅବପାତ, ଆଜି ସନ୍ଧ୍ୟା ସୁ...
16 Nov 2026•
ગુજરાતી मराठी ਪੰਜਾਬੀ বাংলা
Weather

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ;ମଙ୍ଗଳବାର ଭୀଷଣ ବାତ୍ୟା!

✍️ Reporter: Deepak Mahapatra 🗓 16 Nov 2026, 11:27 AM 👁 23
Share: 💬 WhatsApp 📘 Facebook 𝕏 Post
ଏହାର ପ୍ରଭାବରେ ଆସନ୍ତା ୧୮ତାରିଖ ପୂର୍ବାହ୍ନରୁ ରାଜ୍ୟରେ ବର୍ଷା ଓ ପବନ ବୋହିବାର ଆଶଙ୍କା ରହିଛି। ତେବେ ବାତ୍ୟାର ରୂପରେଖ ଓ ଗତିପଥ କ’ଣ ରହିବ ତଥା ଏହା କେଉଁଠି ସ୍ଥଳଭାଗ ଛୁଇଁବ ସେନେଇ ଆଇଏମଡି ପକ୍ଷରୁ କୌଣସି ପୂର୍ବାନୁମାନ ଏପର୍ଯ୍ୟନ୍ତ ହୋଇନାହିଁ।
ନଭେମ୍ବର ୧୯ ଓ ୨୦ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ପବନର ପ୍ରକୋପ ବୃଦ୍ଧି ପାଇବ। ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ସତର୍କ କରାଯାଇଛି। ନଭେମ୍ବର ୨୧ରୁ ୨୪ତାରିଖ ପର୍ଯ୍ୟନ୍ତ ପାଗରେ କୌଣସି ବଡ଼ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।
📲Get App