🔥 TRENDING Online Voting Begins for Zee Keralam K... Netizens Claim Pakistan’s Got Latent M... Lauren Sánchez Calls Her Bell 429 Heli... ଆସନ୍ତା ୨୩ରୁ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କ... Gorkhaland Demand: GNSS Leader to Begi... National Press Day 2026 Marked with Ce...
17 Nov 2026•
ગુજરાતી मराठी ਪੰਜਾਬੀ বাংলা
Weather

ବଳ ଗୋଟାଉଛି ବାତ୍ୟା, ଆଜି ସନ୍ଧ୍ୟାରେ ନେବ ଭୀଷଣ ରୂପ

✍️ Reporter: Deepak Mahapatra 🗓 17 Nov 2026, 12:08 PM 👁 18
Share: 💬 WhatsApp 📘 Facebook 𝕏 Post
ଭୁବନେଶ୍ୱର: ଦକ୍ଷିଣ ଓ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ସକ୍ରିୟ ରହିଛି । ଗତ ୯ ଘଣ୍ଟା ଧରି ପ୍ରାୟ ସମାନ ସ୍ଥିତିରେ ବାତ୍ୟା କେନ୍ଦ୍ରୀଭୂତ ରହିଛି । ଆଜି ସନ୍ଧ୍ୟା ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ, ବାତ୍ୟା ଚେନ୍ନାଇଠାରୁ ୬୧୦ କିମି, ବିଶାଖାପାଟଣାଠାରୁ ୬୭୦ କିମି ଦକ୍ଷିଣ-ଦକ୍ଷିଣପୂର୍ବ ଏବଂ ଗୋପାଳପୁରଠାରେ ୭୯୦ ଦକ୍ଷିଣରେ ରହିଅଛି । ଆସନ୍ତା ୧୯ ତାରିଖ ସକାଳେ ଏହା ଅତି ଭୀଷଣ ବାତ୍ୟା ରୂପ ନେଇ ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ର ପ୍ରଦେଶର ନେଲୋର-ଟୁନି ମଧ୍ୟରେ ସ୍ଥଳଭାଗ ଛୁଇଁବାର ଆକଳନ କରାଯାଇଛି ।
ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିମି ଏବଂ ଝଟକା ପବନର ବେଗ ୧୪୫ କିମି ରହିବ ବୋଲି ଆକଳନ କରାଯାଇଛି ।
ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ନ ରହିଲେ ବାତ୍ୟାର ବାହ୍ୟ ବଳୟର ଆଂଶିକ ପ୍ରଭାବ ରହିବ । ବାତ୍ୟା ଫଳରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ଅଛି।
ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୧୯ ତାରିଖରେ ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୨୦ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୧୯ ଓ ୨୦ ତାରିଖରେ ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ୨୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ।
📲Get App