🔥 TRENDING बहोरनपुर थाना क्षेत्र के टीकापुर गांव... પ્રાકૃતિક ખેતીથી અશોકભાઈ તડવી બન્યા આત... ગોધરામાં ખોરાક અને ઔષધ નિયમન તંત્રની મ... सयला के बवत्रा गांव की स्कूल में शिक्ष... शहीद पवन यादव के अंतिम संस्कार में हंग... ब्यावर जवाजा पंचायत समिति के वार्ड‑4 म...
20 Nov 2026•
ગુજરાતી मराठी ਪੰਜਾਬੀ বাংলা
Politics

ବାତ୍ୟା ପୂର୍ବରୁ ପୁରୀରେ ଜୋରଦାର ପ୍ରସ୍ତୁତି; ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ସୁରକ୍ଷିତ ଆଶ୍ରୟସ୍ଥଳକୁ ଯିବେ ୨୪୦୦ ଲୋକ

✍️ Reporter: Deepak Mahapatra 🗓 20 Nov 2026, 02:49 PM 👁 28
Share: 💬 WhatsApp 📘 Facebook 𝕏 Post
ପୁରୀ: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଗୁଆ ସତର୍କ ହୋଇଛି ରାଜ୍ୟ ପ୍ରଶାସନ। ବାତ୍ୟାର ମୁକାବିଲା କରିବା ସହ ଲୋକଙ୍କ ଜୀବନ ଓ ଧନସମ୍ପତ୍ତିର ସୁରକ୍ଷାକୁ ଗୁରୁତ୍ୱ ଦେଇ ପୁରୀ ଜିଲ୍ଲାରେ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଗୁରୁବାର OSWAN ସମ୍ମିଳନୀ କକ୍ଷରେ ଆୟୋଜିତ ଉଚ୍ଚସ୍ତରୀୟ ବୈଠକରେ ଜିଲ୍ଲାର ବାତ୍ୟା ମୁକାବିଲା ପ୍ରସ୍ତୁତି, ଉଦ୍ଧାର କାର୍ଯ୍ୟ ଏବଂ ଜରୁରୀକାଳୀନ ସେବା ସମ୍ପର୍କରେ ସମୀକ୍ଷା କରିଥିଲେ। ବିଶେଷକରି ତଳିଆ ଅଞ୍ଚଳ ଓ ବାତ୍ୟା ପ୍ରବଣ ଅଞ୍ଚଳରେ ରହୁଥିବା ଲୋକଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଥିଲା।

ବୈଠକରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଓ ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ ମିଶ୍ର ଉପସ୍ଥିତ ରହିଥିଲେ। ସେହିପରି ପୁରୀ ଜିଲ୍ଲାପାଳ ବ୍ରହ୍ମଗିରିରୁ ଭର୍ଚୁଆଲ୍ ମାଧ୍ୟମରେ ବୈଠକରେ ଯୋଡ଼ି ହୋଇଥିବା ବେଳେ ବରିଷ୍ଠ ଅଧିକାରୀ ଅରବିନ୍ଦ ଅଗ୍ରୱାଲ ଗୋପରୁ ସାମିଲ ହୋଇଥିଲେ। ନିଜ ନିଜ ଅଞ୍ଚଳର ସ୍ଥିତି ଓ ପ୍ରସ୍ତୁତି ସମ୍ପର୍କରେ ସେମାନେ ଅବଗତ କରାଇଥିଲେ।

ସମୀକ୍ଷା ବୈଠକରେ ତୁରନ୍ତ ଉଦ୍ଧାର ଓ ସ୍ଥାନାନ୍ତର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିଷ୍ପତ୍ତି ହୋଇଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ତଳିଆ ଓ ବାତ୍ୟା ପ୍ରବଣ ଅଞ୍ଚଳରୁ ପ୍ରାୟ ୨୪୦୦ ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରିବାକୁ ଲକ୍ଷ୍ୟ ରଖିଛି ପ୍ରଶାସନ। ଏଥିସହ ସମସ୍ତ ବାତ୍ୟା ଆଶ୍ରୟସ୍ଥଳରେ ପାନୀୟ ଜଳ, ଶୁଖିଲା ଖାଦ୍ୟ, ବିଦ୍ୟୁତ୍ ବ୍ୟାକଅପ୍ ଓ ଚିକିତ୍ସା ସୁବିଧା ସୁନିଶ୍ଚିତ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଜନସାଧାରଣଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା ବୋଲି କହିବା ସହ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ବିଭାଗକୁ ହାଇଆଲର୍ଟରେ ରହିବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିର୍ଦ୍ଦେଶ ଦେଇଛନ୍ତି।
📲Get App